Below header

କିଟକୁ ଇନଷ୍ଟିଚ୍ୟୁଟ ଅଫ ଏମିନେନ୍ସର ମାନ୍ୟତା, ଡ଼. ଅଚ୍ୟୁତ ସାମନ୍ତଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

କିଟ୍‌ ବିଶ୍ୱବିଦ୍ୟାଳୟକୁ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏମିନେନ୍‌ସ ମାନ୍ୟତା ମିଳିବା ପରେ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ଏକମାତ୍ର ଘରୋଇ ବିଶ୍ୱବିଦ୍ୟାଳୟ ଭାବେ କିଟ୍‌କୁ ମିଳିଛି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏମିନେନ୍‌ସ ମାନ୍ୟତା । ଆଗକୁ କିଟ୍‌ର ଏପରି ସଫଳତା ଜାରି ରହୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଟ୍‌କୁ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏମିନେନ୍‌ସ ମାନ୍ୟତା ନେଇ ଗତକାଲି ଘୋଷଣା କରିଥିଲେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ । ଦେଶର ୫ଟି ସରକାରୀ ଓ ୫ଟି ଘରୋଇ ଅନୁଷ୍ଠାନକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି । ୫ଟି ଅଗ୍ରଣୀ ଉଚ୍ଚତର ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ ଓଡ଼ିଶାର ଏକମାତ୍ର ଅନୁଷ୍ଠାନ ଏବଂ ପୂର୍ବ ଭାରତର ଏକ ମାତ୍ର ଘରୋଇ ଅନୁଷ୍ଠାନ ଭାବେ କିଟ ବିଶ୍ୱବିଦ୍ୟାଳୟକୁ ମିଳିଛି ଇନଷ୍ଟିଚ୍ୟୁଟ ଅଫ ଏମିନେନ୍‌ସ ମାନ୍ୟତା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.