ଦୁର୍ଘଟଣାରେ ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ୧୪୭ କୋଟି ଟଙ୍କାର ପାଣ୍ଠି ଗଠନ: BSKY ସ୍ମାର୍ଟକାର୍ଡ ବଣ୍ଟନ ବେଳେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ସଡ଼କ ଦୁର୍ଘଟଣାରେ ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ୧୪୭ କୋଟି ଟଙ୍କାର ପାଣ୍ଠି ଗଠନ । କୁଚିଣ୍ଡାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ଚିନ୍ତା ପ୍ରକାଶ କରିଛନ୍ତି । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ।

ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇ ହେବ । ଓଡ଼ିଶାରେ ବର୍ଷକୁ ସଡ଼କ ଦୁର୍ଘଟଣାରେ ହାରାହାରି ୫ହଜାର ଲୋକ ମୃତ୍ୟୁବରଣ କରୁଛନ୍ତି । ରିପୋର୍ଟ ଅନୁସାରେ ୨୦୧୪ରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ୩୯୩୧ ଥିବା ବେଳେ ୨୦୧୯ରେ ୪୭୩୮ ଜଣ ପ୍ରାଣ ହରାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.