ରାଜ୍ୟ

ଟୋକିଓ ଅଲମ୍ପିକ୍ସ ବିଜେତା ଓଡିଆ ଅଲମ୍ପିଆନଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଏହି ଅବସରରେ ଅଲମ୍ପିୟାନ ଦୁତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନେ ଓଡିଶାର ଯୁବ ସମାଜ ପାଇଁ ରୋଲମଡେଲ ପାଲଟିଯାଇଛ । ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ । କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ଵାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

 ଏହି ଅବସରରେ ଅଲମ୍ପିକସ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଥିଲେ । ଟୋକିଓ ଅଲମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା  ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାସହିତ ଅଲମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଥିଲେ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା  ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲମ୍ପିକ ରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ ।ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ।  ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

9 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

11 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

51 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago