ରାଜ୍ୟ

କରୋନା ପାଇଁ ସବୁ ଫିକା : ସରକାରଙ୍କ ନିଷ୍ପତ୍ତି, ଏ ବର୍ଷ ପାଳନ ହେବ ନାହିଁ ଉତ୍କଳ ଦିବସ

କେନ୍ୟୁଜ (ବ୍ୟୁରୋ): ଆସନ୍ତାକାଲି ଉତ୍କଳ ଦିବସ। ଏଥର ରାଜ୍ୟ ସରକାର ପାଳନ କରିବେ ନାହିଁ। ଲକ୍‌ଡାଉନ୍‌ କଟକଣା ଭିତରେ ଏମିତି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଜୟନ୍ତୀ ଓ ଶ୍ରାଦ୍ଧଦିବସ ଦିବସ ପାଳିବେ ନାହିଁ ବୋଲି ରାଜ୍ୟ ସରକାର ପୂର୍ବରୁ ନିଷ୍ପତ୍ତି ନେଇଥିଲେ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବା ପରେ ପ୍ରଥମକରି ଏଥର କରୋନା ବିପତ୍ତି ପାଇଁ ଉତ୍କଳ ଦିବସ ପାଳନ ହେଉନି ବୋଲି କୁହାଯାଇଛି।

ଏପ୍ରିଲ ୧, ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟରେ ପରିଣତ ହୋଇଥିଲା। ସ୍ୱତନ୍ତ୍ର ପ୍ରଦେଶ ଗଠନରେ ଯେଉଁମାନେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ, ସେମାନଙ୍କ କଥା ମନେ ପକାଇବା ପ୍ରତିବର୍ଷ ଏପ୍ରିଲ ୧ ତାରିଖରେ ଉତ୍କଳ ଦିବସ ପାଳନ ହୋଇଆସୁଛି। ସରକାରୀ ସ୍ତରରେ ଉତ୍କଳ ଦିବସ ପାଳନ କରାଯାଇଥାଏ। କିନ୍ତୁ ପ୍ରଥମକରି କରୋନା କଟକଣା ପାଇଁ ଏଥର ସରକାରୀ ଭାବେ ଉତ୍କଳ ଦିବସ ପାଳନ କରାଯିବ ନାହିଁ ବୋଲି ସୂଚନା ମିଳିଛି।

KNews Bureau

Recent Posts

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

20 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

27 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

2 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

2 hours ago

୧୦୮ ସୁବାସିତ ଜଳରେ ସ୍ନାନ କରୁଛନ୍ତି ଦାରୁ ଦିଅଁ, ବର୍ଷାରେ ଭିଜି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…

3 hours ago