ମିଶନ ଶକ୍ତି ମହିଳାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୪୫୩ କୋଟି ୫୦ ଲକ୍ଷ ଟଙ୍କାର କୋଭିଡ୍‌ ସହାୟତା

କେନ୍ୟୁଜ୍(ବ୍ୟୁରୋ):  ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ପ୍ୟାକେଜ୍‌ । ମହିଳାମାନଙ୍କ ପାଇଁ ୪୫୩ କୋଟି ୫୦ ଲକ୍ଷ ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୩୮ଟି ବ୍ଲକ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବ । ୮୪କୋଟି ୫୦ ଲକ୍ଷ ଆବର୍ତ୍ତନ ପାଣ୍ଠି ଏବଂ ସ୍ୱଂୟ ସହାୟକ ଗୋଷ୍ଠୀମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତି ହେଉଛି ଓଡ଼ିଶାର ୭୦ ଲକ୍ଷ ମାଆମାନଙ୍କର ଏକ ବିରାଟ ଅନୁଷ୍ଠାନ ।

ଏହା ହେଉଛି ଓଡ଼ିଶା ବିକାଶର ବାହିନୀ । କୋଭିଡ୍‌ ସମୟରେ ମିଶନ ଶକ୍ତି ମାଆମାନେ ବହୁତ ଭଲ କାମ କରିଥିବାରୁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଚାଳନାଠାରୁ ଆରମ୍ଭ କରି ମାସ୍କ ତିଆରି ଓ ଲୋକଙ୍କୁ ସଚେଚନ କରାଇଥିଲେ । ଜୀବନ ଜୀବିକାଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ସାମିଲ ହୋଇ ଭଲ କାମ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ବ୍ରହ୍ମପୁର, ଢେଙ୍କାନାଳ, ବାରିପଦାର ୩ଟି ସ୍ୱଂୟ ସହାୟକ ଗୋଷ୍ଠୀଙ୍କୁ ଆଚାର ବ୍ୟବହାର ପାଇଁ ଏଚଡିଏଫସି ବ୍ୟାଙ୍କ ପକ୍ଷରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଛ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.