Below header

୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ଆର୍ଥିକ ପ୍ୟାକେଜ୍‌: ମିଳିବ ପୋଷାକ ଭତ୍ତା ସହ ସ୍ମାର୍ଟ ଫୋନ୍‌ ଓ ଗସ୍ତ ଖର୍ଚ୍ଚ

କେନ୍ୟୁଜ୍(ବ୍ୟୁରୋ):ମିଶନ ଶକ୍ତିରେ ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପଞ୍ଚାୟତସ୍ତରରେ କାମ କରୁଥିବା ୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ପୋଷାକ ଭତ୍ତା, ସ୍ମାର୍ଟ ଫୋନ୍‌ ଓ ଗସ୍ତ ଖର୍ଚ୍ଚ ଦିଆଯିବ । ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ । ସମସ୍ତଙ୍କୁ ଯୋଗାଇ ଦିଆଯିବ ପରିଚୟ ପତ୍ର । ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଦେବେ ସରକାର । ସବୁ CRP- CMଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ । ସବୁ CRP- CMଙ୍କୁ ଗସ୍ତ ଖର୍ଚ୍ଚ ବାବଦରେ ମାସିକ ପ୍ରଦାନ କରାଯିବ ୩୫୦ ଟଙ୍କା ।

ଟେଲିଫୋନ ଭତ୍ତା ବାବଦରେ CRP- CMଙ୍କୁ ମାସିକ ୧୫୦ ଟଙ୍କା ଦିଆଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ । ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତି ଆନ୍ଦୋଳନକୁ ଆଗକୁ ନେବାପାଇଁ ପଞ୍ଚାୟତସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ୍‌ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.