Below header

ବିଜୁ ପକ୍କାଘର ମରାମତି ଲାଗି ୩ ହଜାର ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ଭୁବନେଶ୍ବର(କେନ୍ୟୁଜ୍):  ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଓ ଖଣି ଅଂଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ୩ ହଜାର ଟଙ୍କା ସହାୟତା ପ୍ରଦାନ । ଆଜି ଭିଡିଓ କନଫରେସିଂରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି ।

ସେହିପରି କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ଥିବା ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କା ଲେଖାଏ ସହାୟତା ମିଳିବ । ଏହା ଦ୍ୱାରା ସମୁଦାୟ ୩୧ ଲକ୍ଷ ପରିବାର ଉପକୃତ ହେବେ । ଏଥିପାଇଁ ଖର୍ଚ୍ଚ ହେବ ୧୪୪୪ କୋଟି ଟଙ୍କା। ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାରୁ ଏ ଖର୍ଚ୍ଚ ବହନ କରାଯିବ। ଗୃହ ନିର୍ମାଣ ଯୋଜନାର ହିତାଧିକାରୀଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦେବାରେ ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ।

ଗତ ଡିସେମ୍ବର ୨୧ ତାରିଖ ଦିନ ରାଜ୍ୟ କ୍ୟାବିନେଟ୍‌ରେ ଘର ମରାମତି ସହାୟତା ବିଷୟରେ ନିଷ୍ପତ୍ତି କରାଯାଇଥିଲା । ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ଆଜି ହିତାଧିକାରୀଙ୍କୁ ସହାୟତା ଦିଆଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ । ୨୦୧୪ରେ ରାଜ୍ୟ କ୍ୟାବିନେଟ୍‌ର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚା ଘରକୁ ପକ୍କା ଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ କାମ କରୁଛୁ। ୨୦୧୪ରୁ ଏଯାଏ ୩୧ ଲକ୍ଷ ପରିବାରକୁ ପକ୍କା ଘର ଯୋଗାଇ ଦିଆଯାଇଛି । ରାଜ୍ୟର ଶେଷ କଚ୍ଚା ଘରକୁ ପକ୍କା ନ କରିବା ପର୍ଯ୍ୟନ୍ତ ଆମର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.