କାଲି ଠାରୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଏକାଧିକ କାର୍ଯ୍ୟକ୍ରମରେ ଦେବେ ଯୋଗ

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମ୍ମିଳନୀରେ ନବୀନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୩ ତାରିଖରେ ମୁଖ୍ୟମନ୍ତ୍ରୀ ଫେରିବାର କାର୍ଯ୍ୟକ୍ରମ ରହିଛି ।

ସିଏମ୍‌ଓ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଏପ୍ରିଲ ୩୦ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟାରେ ଆୟୋଜିତ ହେବାକୁ ଥିବା  ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବେ। ସୂଚନାଯୋଗ୍ୟ, ୨୦୧୬ ଏପ୍ରିଲ ୨୪ ତାରିଖରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.