କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍, ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ । କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର୨୩୪ ପଞ୍ଚାୟତକୁ ଯୋଡିଲା ୬୩ଟି ବସ୍ । ଏହାଦ୍ବାର ଉପକୃତ ହେବେ ୧୩ ଲକ୍ଷ ଲୋକ । କୋରାପୁଟ ନୂଆ ବସଷ୍ଟାଣ୍ଡ ପାଇଁ ମଧ୍ୟ ଜମି ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

କୋରାପୁଟ (କେନ୍ୟୁଜ): କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ । କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର୨୩୪ ପଞ୍ଚାୟତକୁ ଯୋଡିଲା ୬୩ଟି ବସ୍ । ଏହାଦ୍ବାର ଉପକୃତ ହେବେ ୧୩ ଲକ୍ଷ ଲୋକ । କୋରାପୁଟ ନୂଆ ବସଷ୍ଟାଣ୍ଡ ପାଇଁ ମଧ୍ୟ ଜମି ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।

ଲକ୍ଷ୍ମୀ ବସ ଉଦଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ଆମ ରାଜ୍ୟରେ ଗାଁ ଗାଁରେ ବିକାଶର ଉତ୍ସବ ଚାଲିଛି। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତରେ ନୂଆ ଜାଗରଣ ଆସିଛି। ଜଗନ୍ନାଥ ସଂସ୍କୃତିର ପ୍ରସାର ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ହୋଇଛି। ବିକାଶ ଆଜି ଏକ ଜନ ଆନ୍ଦୋଳନରେ ପରିଣତ ହୋଇ ପଞ୍ଚାୟତଗୁଡିକ ବିକାଶ କାର୍ଯ୍ୟକ୍ରମର ପ୍ରାଣକେନ୍ଦ୍ର ପାଲଟିଛି। ଗାଁର ରୂପାନ୍ତର ସାରା ଓଡିଶାର ରୂପାନ୍ତର ପାଇଁ ରାସ୍ତା ଖୋଲିଛି। ଓଡିଶା ଆମ ସମସ୍ତଙ୍କର। ଏ ବିକାଶ ମଧ୍ୟ ଆମ ସମସ୍ତଙ୍କର ବୋଲି କହିବା ସହିତ ସମସ୍ତଙ୍କର ସହଯୋଗରେ ନୂଆ ଓଡିଶା ଗଠନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶା ବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ବସ୍ ରାଜ୍ୟବାସୀଙ୍କ ଟଙ୍କାରେ କିଣା ଯାଇଛି। ତେଣୁ ଏହାକୁ ନିଜ ସମ୍ପତ୍ତି ଭାବି ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟରେ ଲକ୍ଷ୍ମୀ ବସ ଚଳାଚଳ କରୁଛି । ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତର ୬୩ ଲକ୍ଷ ଲୋକ ଉପକୃତ ହୋଇପାରିଛନ୍ତି । ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.