ଦେଶର ପ୍ରଥମ ସହର ଭାବେ ପୁରୀରେ ‘‘ଡ୍ରିଙ୍କ ଫ୍ରମ ଟ୍ୟାପ’’ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):  ଡ୍ରିଙ୍କ-ଫ୍ରମ୍‌-ଟ୍ୟାପ୍‌ । ଦେଶର ପ୍ରଥମ ସହର ଭାବରେ ପୁରୀରେ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫାଇଭ ଟି Transformative Initiativeର ଏହା ହେଉଛି ଶ୍ରେଷ୍ଠ ମଡେଲ । ୯ ମାସରେ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର । ଏହାଦ୍ଵାରା ପୁରୀର ଜନସାଧାରଣ tapରୁ ସିଧାସଳଖ ଉଚ୍ଚମାନର ପିଇବା ପାଣି ପାଇବେ । Drink from Tap ବା ସୁଜଳ ଯୋଜନାରେ ଲୋକମାନେ ସିଧା tapରୁ ପାଣି ଆଣି ପିଇପାରିବେ ।

ପିଇବା ପାଣିକୁ ମହଜୁଦ କରି ରଖିବା ଦରକାର ନାହିଁ କିମ୍ବା ଫିଲଟର୍‌ କରିବା ମଧ୍ୟ ଆବଶ୍ୟକ ନାହିଁ। ଦିନରାତି ୨୪ ଘଣ୍ଟା ଏହି ସେବା ମିଳିବ । ବିଶ୍ଵର କେବଳ ବଡ଼ ବଡ଼ ସହରରେ ଏଭଳି ସୁବିଧା ମିଳେ । ଏହାଦ୍ଵାରା ପୁରୀର ଅଢ଼େଇ ଲକ୍ଷ ଜନସାଧାରଣଙ୍କ ସହିତ ବର୍ଷକୁ ଆସୁଥିବା ୨ କୋଟି ପର୍ଯ୍ୟଟକ ଉପକୃତ ହେବେ । ଆଜି ଦିନଟି କେବଳ ପୁରୀ ନୁହେଁ, ସାରା ଓଡ଼ିିଶାର ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିଛି । ଏହି ପ୍ରକଳ୍ପରେ ବଡଦାଣ୍ଡ ସହିତ ପୁରୀ ସହରର ୪୦୦ଟି ଜାଗାରେ water fountain କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହାଦ୍ଵାରା ୪୦୦ ମେଟ୍ରିକ ଟନ୍‌ plastic wasteରୁ ମଧ୍ୟ ସହର ରକ୍ଷା ପାଇପାରିବ । ଭଲ ପିଇବା ପାଣିର ସ୍ୱାସ୍ଥ୍ୟ, ଜୀବନଧାରଣର ମାନ ଓ ଅର୍ଥନୀତି ସହ ଗଭୀର ସଂପର୍କ ରହିଛି । ତେଣୁ ପାଣିକୁ କେବେ ନଷ୍ଟ କିମ୍ବା ଦୂଷିତ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ଭଲ ପିଇବା ପାଣି ପାଇଁ ବଜେଟକୁ ୫ ବର୍ଷରେ ୨୦ ଗୁଣ ବୃଦ୍ଧି କରାଯାଇଛି । ୨୦୦ କୋଟିର ବଜେଟ ଆଜି ୪ ହଜାର କୋଟି ଟଙ୍କାରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.