Below header

୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):  ୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସ୍ୱାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ ସହ ଅନ୍ୟାନ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିଛନ୍ତି। ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଞ୍ଜରେ ଉଦ୍‌ଘାଟନ ହୋଇଛି।

ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଜୁନ୍‌ ୯ ତାରିଖରେ ୭ଟି ଓ ଆଜି ୮ଟି PSA Plantର ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ୨୦ଟି PSA Plant ଦ୍ଵାରା ପ୍ରତି ମିନିଟରେ ୨୪ ହଜାର ଲିଟର ମେଡିକାଲ ଅକ୍ସିଜେନ ଉତ୍ପାଦନ କରିପାରିବ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ନବ ଦାସ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସମୀର ଦାଶ, ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.