Below header

୫ଟି ଜିଲ୍ଲାର ୧୪୨ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):  ସ୍ମାର୍ଟ ସ୍କୁଲର ରୂପାନ୍ତରୀକରଣ ପର୍ବ । ଆଜି ୫ଟି ଜିଲ୍ଲାର ୧୪୨ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ୱରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍ମାର୍ଟ ସ୍କୁଲକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । 5T କାର୍ଯ୍ୟକ୍ରମ ଅଧିନରେ ହାଇସ୍କୁଲ ଗୁଡ଼ିକୁ ରୂପାନ୍ତରୀକରଣ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ୩୦ ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି ।

samrt school

ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ୧୪୨ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ପିଲାମାନଙ୍କ ଭିତରେ ଆତ୍ମବିଶ୍ଵାସ ଭରି ଦେବା ଏବଂ ଶ୍ରେଷ୍ଠତ୍ୱ ହାସଲ ପାଇଁ ସୁଯୋଗ ସୃଷ୍ଟି କରିବା ରୂପାନ୍ତରର ଲକ୍ଷ୍ୟ । ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାଇବା ଏବଂ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ଵାସର ସହ ଆଗକୁ ବଢନ୍ତୁ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ଗତ ଅଗଷ୍ଟରେ ହିଞିଳିର ୫୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.