ରାଜ୍ୟ

ମୟୁରଭଞ୍ଜର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ସୁବର୍ଣ୍ଣରେଖା ପାଣି, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା  ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଲା  ।

 ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ । ଏହା ଦ୍ଵାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୂରଭଞ୍ଜ ଓ ବାଲେଶ୍ଵରର ୧.୦୯ ଲକ୍ଷ  ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୟୂରଭଞ୍ଜ ତାଙ୍କ ପାଇଁ ସ୍ଵତନ୍ତ୍ର ଗୁରୁତ୍ଵ ବହନ କରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୟୂରଭଞ୍ଜରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର୍ଯ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ  ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୟୂରଭଞ୍ଜରେ ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ବୋଲି ସେ ସୂଚନା ଦେଇଥିଲେ ।

ଜଳସେଚସନ ରାଜ୍ୟ ସରକାରଙ୍କର ଏକ ପ୍ରଥମିକତା କ୍ଷେତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ଆଗାମୀ ଖରିଫ ଋତୁ ରୁ ଦେଓ ଜଳସେଚନ ପ୍ରକଳ୍ପରୁ ୧୦ ହଜାର ହେକ୍ଟର ଜମିକୁ ପାଣି ଯୋଗାଇ ଦିଆଯିବ । ଆଗାମୀ ୨-୩ ବର୍ଷ ମଧ୍ୟରେ ପ୍ରାୟ ୧୫ ଟି ଜଳସେଚନ ପ୍ରକଳ୍ପ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜଳ ଏକ ଅମୂଲ୍ୟ ସମ୍ପଦ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହାକୁ ନଷ୍ଟ ନ କରି ଠିକ ଭାବେ ବିନିଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ସରକାର ସବୁବେଳେ ଚାଷୀଙ୍କ ସାଥିରେ ଅଛି ଓ ସେମାନଙ୍କ ଉନ୍ନତି ପାଇଁ କାମ କରୁଛି । କାଳିଆ ଯୋଜନାରେ ୬୭ ଲକ୍ଷ ଚାଷୀ ପରିବାର ଉପକାର ପାଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସରକାରଙ୍କ ବିଭିନ୍ନ କୃଷିକଲ୍ୟାଣ କାର୍ଯ୍ୟକ୍ରମ ଯୋଗୁ ଚାଷୀ ଆଜି ସମ୍ମାନର ସହ ବଞ୍ଚି ପାରୁଛି। ଚାଷୀକୁ ତାର ହକ ଦେବା ଆମର ଲକ୍ଷ ଏବଂ ଚାଷୀର ହକ ମିଳିଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।

  ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ , ଆଇନ , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ମୟୂରଭଞ୍ଜର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଉଛନ୍ତି । ଆଜିର ପ୍ରକଳ୍ପ ଦ୍ଵାରା ୨୦୨୪ ଜାନୁଆରୀ ସୁଧା ଜିଲ୍ଲାର ୭୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ ବୋଲି ସେ କହିଥିଲେ । ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ରାଜ୍ୟରେ ଜଳସେଚନ ପାଇଁ ବିଭାଗ ର ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ।

KNews Bureau

Recent Posts

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

3 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

36 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

38 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago