କଳାହାଣ୍ଡି ମାଣିକେଶ୍ଵରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ଦୁଇ କୋଟି ଟଙ୍କା

କଳାହାଣ୍ଡି(କେନ୍ୟୁଜ୍):  କଳାହାଣ୍ଡି ଜିଲ୍ଲା ଥୁଆମୂଳ-ରାମପୁର ମାଣିକେଶ୍ଵରୀ ପୀଠର ବିକାଶ କାମର ଶିଳାନ୍ୟାସ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣିକେଶ୍ଵରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । 5T ଅଧୀନରେ ପୀଠର ବିକାଶ ପାଇଁ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଅଭସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମା ମାଣିକେଶ୍ଵରୀ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ ବିଶ୍ଵାସର ପ୍ରତୀକ । ଏହି ଉଦ୍ୟମ ଦ୍ଵାରା ମାଆଙ୍କ ପୀଠର ମହିମା ଆହୁରି ବୃଦ୍ଧି ହେବା ସହ ପର୍ଯ୍ୟଟନର ମଧ୍ୟ ବିକାଶ ହୋଇପାରିବ। କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି।

କଳାହାଣ୍ଡି କପାର ଚାହିଦା ବଢିଛି। ଶିଳ୍ପ ନୂଆ ସୁଯୋଗ ଆଣିଛି। ବିଜୁଳି ଯୋଗାଣରେ ମଧ୍ୟ ଉନ୍ନତି ଆସିଛି। ବିକାଶ ସବୁବେଳେ ତାଙ୍କର ଲକ୍ଷ୍ୟ ହୋଇ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡିକୁ ସେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇଆସିଛନ୍ତି ଏବଂ ଚଳିତ ବର୍ଷ ଦୁଇ ଦୁଇ ଥର କଳାହାଣ୍ଡି ଯାଇ ବିକାଶ ଓ କଲ୍ୟାଣ କାମ ଆରମ୍ଭ କରିଛନ୍ତି। ବିକାଶ ପ୍ରତି କଳାହାଣ୍ଡିବାସୀଙ୍କର ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ଲୋକଙ୍କ ଆସ୍ଥା ଓ ବିଶ୍ଵାସକୁ ସାଥିରେ ଧରି ବିକାଶ ଧାରା ଆଗକୁ ବଢିବ ବୋଲି କହିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.