‘ଫନି’ କ୍ଷତିଗ୍ରସ୍ତଙ୍କୁ ଆବାସ ଯୋଜନାରେ ଘର ଦିଆଯାଉ, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):  ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି କ୍ଷତିଗ୍ରସ୍ତଙ୍କ ପାଇଁ ଚିଠି ଲେଖିଲେ ନବୀନ ପଟ୍ଟନାୟକ । ଫନି ପ୍ରଭାବିତ ୧୪ ଜିଲ୍ଲାରେ ୭ଲକ୍ଷ ୮୭ ହଜାର ଘର କ୍ଷତିଗ୍ରସ୍ତ ହୋଇଛି । କ୍ଷତିଗ୍ରସ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦିଆଯାଉ ବୋଲି ଚିଠିରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରାକୃତିକ ବିପର୍ଯ୍ୟୟ ବା ବାତ୍ୟା ପ୍ରଭାବିତ ଅଞ୍ଚଳରେ କ୍ଷତିଗ୍ରସ୍ତଙ୍କୁ ଘର ଯୋଗାଇଦେଲେ ସେମାନେ ଉପକୃତ ହେବେ । ଯୋଗ୍ୟ ହିତାଧିକାରୀଙ୍କୁ ଜିଓଟ୍ୟାଗରେ ଚିହ୍ନଟ କରାଯାଉ । ସେହିଭଳି ଅଣ ଫନି ପ୍ରଭାବିତ ୧୬ଜିଲ୍ଲାରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡ଼ିଥିବା ୬ ଲକ୍ଷ ୭ ହଜାର ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିଛନ୍ତି । ସେମାନଙ୍କୁ ଏଥିରେ ସାମିଲ କରିବାକୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ ।

Leave A Reply

Your email address will not be published.