Below header

ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ବିଦାୟୀ ଶୁଭେଚ୍ଛା

ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡିଶାରୁ ବିଦାୟ ନେବେ ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡିଶାରୁ ବିଦାୟ ନେବେ । ତେଣୁ ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ମୁଖ୍ୟମନ୍ତ୍ରୀ ବିଦାୟୀ ଶୁଭେଚ୍ଛା ଜଣାଇଛନ୍ତି ।

ଓଡ଼ିଶାରେ ପାଞ୍ଚବର୍ଷ ପାଞ୍ଚ ମାସ ରାଜ୍ୟପାଳ ଭାବେ ଦାୟିତ୍ବ ତୁଲାଇଛନ୍ତି ପ୍ରଫେସର ଗଣେଶୀ ଲାଲ। ୨୦୧୮ ମେ ୨୫ତାରିଖରେ ଓଡ଼ିଶାର ୨୫ ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ। ସାଧାରଣ ଜୀବନ ଅତିବାହିତ କରୁଥିବା ପ୍ରଫେସର ଗଣେଶୀ ଲାଲ ସବୁବେଳେ ଲୋକଙ୍କ ସହ ମିଶିବାକୁ ପସନ୍ଦ କରୁଥିଲେ। ଓଡିଆ ଭାଷା, ସଂସ୍କୃତି ପ୍ରତି ଗଭୀର ଭାବେ ଆକୃଷ୍ଟ ହୋଇଥିଲେ ଗଣେଶୀ ଲାଲ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.