କେନ୍ୟୁଜ୍(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।
କୋରାପୁଟର ୧୨ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଆଜିର କାର୍ଯ୍ୟକ୍ରମ ସହିତ ରାଜ୍ୟର ୨୩ଟି ଜିଲ୍ଲାର ଜନସାଧାରଣ ଏହି ଯୋଜନାରେ ସାମିଲ ହେଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ରାଜ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ହରିଶ୍ଚନ୍ଦ୍ର ବକ୍ସିପାତ୍ରଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କୋରାପୁଟ ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ। ।
ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋରାପୁଟ ଆଜି ଏକ ସଫଳ ଜିଲ୍ଲା ଭାବରେ ନୂଆ ପରିଚୟ ସୃଷ୍ଟି କରିପାରିଛି। ଏକ ନୂଆ ବ୍ରାଣ୍ଡ ଭାବରେ କୋରାପୁଟ କଫି ମାର୍କେଟରେ ସୁନାମ କରିବା ସହିତ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ନୂଆ ସୁଯୋଗ ମଧ୍ୟ ସୃଷ୍ଟି କରିପାରିଛି । ଆଗାମୀ ୫ ବର୍ଷରେ ୫୦୦୦ ହେକ୍ଟର ଜମିରେ କଫି ଚାଷ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜନଜାତି ଭାଇଭଉଣୀ ମାନଙ୍କ ଶିକ୍ଷା ସହିତ ନୂଆ ନୂଆ ରୋଜଗାର ସୃଷ୍ଟି ଓ ଯୋଗାଯୋଗର ଉନ୍ନତି ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସେହିପରି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ ପିଇବା ପାଣି ଠାରୁ ଆରମ୍ଭ କରି ଯୋଗାଯୋଗ ବ୍ୟବସ୍ଥାର ଉନ୍ନତି ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ସେ କହିଥିଲେ । ସେହିପରି ଜିଲ୍ଲା ପାଇଁ ଗୋଟିଏ ଦିନରେ ୪୫କୋଟି ଟଙ୍କା ଖର୍ଚ୍ଚରେ ୪୯ଟି ସ୍ବାସ୍ଥ୍ୟ ପ୍ରତିଷ୍ଠାନ (Health Institution) ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ଜିଲ୍ଲାର କୋଣ ଅନୁକୋଣରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ । ସ୍ବାସ୍ଥ୍ୟସେବା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର smart health card ଜରିଆରେ ନବରଙ୍ଗପୁର ର ଏଗାର ଲକ୍ଷ ତିରିଶ ହଜାର ଲୋକ ଉପକାର ପାଇବେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।
ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।
ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଆଜି ସୁନା ଦର ବୃଦ୍ଧି ପାଇଛି ।…
ଭୁବନେଶ୍ୱର (କେନ୍ୟୁଜ): କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ୧୦ ତାରିଖ ସକାଳ ୧୦ଟାରେ ବସିବ ବିଜେପି ବିଧାୟକ…
ହାଇଦ୍ରାବଦ : ମିଡିଆ ବାରୋନ ରାମୋଜୀ ରାଓଙ୍କ ପରଲୋକ । ୮୭ ବର୍ଷ ବୟସରେ ହାଇଦ୍ରାବଦର ଘରୋଇ ହସ୍ପିଟାଲରେ ତାଙ୍କର…
ଭୁବନେଶ୍ୱର (କେନ୍ୟୁଜ): ଆସୁଛି ମୌସୁମୀ । ଦୁଇ ତିନି ଦିନରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।…
ଭୁବନେଶ୍ୱର (କେନ୍ୟୁଜ): କାଳହେଲା କାଳବୈଶାଖୀ । ବଜ୍ରପାତରେ ୭ ମୃତ, ୧୦ ଆହତ । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ…
ଯାଜପୁର (କେନ୍ୟୁଜ): ସିମେଣ୍ଟ ବୋଝେଇ ଟ୍ରକ୍ କୁ ପଛପଟୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ୨ ମୃତ, ୨୦ରୁ ଊର୍ଦ୍ଧ୍ବ…