Below header

କୋଭିଡ ଟୀକାକରଣ ପାଇଁ ଓଡ଼ିଶା ସଂପୂର୍ଣ୍ଣ ପ୍ରସ୍ତୁତ, ସ୍ଥିତି ସମୀକ୍ଷା କରି ଆଗାମୀ ଦୁଇମାସ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

କେନ୍ୟୁଜ୍(ବ୍ୟୁରୋ): କୋଭିଡ ଟୀକାକରଣ ପାଇଁ ଓଡ଼ିଶା ସଂପୂର୍ଣ୍ଣ ପ୍ରସ୍ତୁତ। ଆଗାମୀ ଦୁଇମାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରି ଆଗାମୀ ଦୁଇମାସ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ଇଂଲଣ୍ଡ ତଥା ୟୁରୋପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। କେତେକ ଦେଶରେ ଲକ୍‌ଡାଉନ ମଧ୍ୟ ପୁଣି ଲାଗୁହେଲାଣି। ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ। ଅଧିକାଂଶ ଜିଲ୍ଲା ଗ୍ରୀନ ଜୋନରେ ରହିଛି। ତୀବ୍ର ସଂକ୍ରମଣ ପର୍ଯ୍ୟାୟ ଆମେ ପାର ହୋଇଯାଇଛୁ। ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ୱାସ୍ଥ୍ୟ କର୍ମୀ, ଡାକ୍ତର ଓ ଆଗଧାଡିରେ ରହି କାମ କରୁଥିବା କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.