ରାଜ୍ୟ

ୟୁକ୍ରେନ୍‌ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: ଭିସିରେ ଛାତ୍ରଙ୍କ ସହ କଲେ ଆଲୋଚନା

କେନ୍ୟୁଜ୍(ବ୍ୟୁରୋ):  ୟୁକ୍ରେନ୍‌ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଅନଲାଇନରେ ଆଲୋଚନା କରି ଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନେ ସମସ୍ତେ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ଵସ୍ତ । ୟୁକ୍ରେନରେ ରହିଯାଇଥିବା ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ । ଓଡିଆ ଛାତ୍ରଛାତ୍ରୀମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଏବଂ ପୁଣି ମଧ୍ୟ ଏ ବାବଦରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଛାତ୍ରଛାତ୍ରୀମାନେ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ । ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ ।

ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନଲାଇଇନରେ ଯୋଗାଯୋଗରେ ଥିଲେ । ୟୁକ୍ରେନର ଅନ୍ୟ ସ୍ଥାନରେ ବିଶେଷକରି ଖାରକିବ୍‌ରେ ବହୁ ଓଡ଼ିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ । ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ help desk ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଭୁବନେଶ୍ୱରରେ ପହଞ୍ଚିବା ପରେ ପିଲାମାନଙ୍କୁ ଓଟିଡିସି ବସ୍‌ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ ଆଲୋଚନାକୁ ସଂଯୋଜନା କରିଥିଲେ।

KNews Bureau

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 min ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

2 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago