Categories: ରାଜ୍ୟ

ଆସନ୍ତାକାଲି ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଉଦ୍‌ଘାଟନ

ସୁନ୍ଦରଗଡ(କେନ୍ୟୁଜ୍): ଆସନ୍ତାକାଲି ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ପ୍ରାୟ ଏକ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବକୁ ଉଦ୍‌ଘାଟନ କରିବା ସହ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ ମୁଖ୍ୟମନ୍ତ୍ରୀ । କାଲି ମୁଖ୍ୟମନ୍ତ୍ରୀ ସାଢ଼େ ୧୧ଟାରେ ସୁନ୍ଦରଗଡ ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ ୧୧ଟା ୩୪ ମିନିଟ୍‌ରେ ସାଧାରଣ ସଭାରେ ଯୋଗ ଦେବେ । ପରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି ।

 

 

KNews Bureau

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

2 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

3 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

3 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

3 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

3 hours ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

4 hours ago