ରାଜ୍ୟ

କାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶେଷ ପର୍ଯ୍ୟାୟରେ ପହଞ୍ଚିଛି  ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜୋରସୋରରେ ଆଗେଇ ଚାଲିଥିବା ବେଳେ ଦକ୍ଷିଣ ଦ୍ୱାର ପଞ୍ଜାବୀ ମଠ ନିକଟରେ ପ୍ରକଳ୍ପର କିଛି ଅଂଶ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ନିର୍ମାଣ କାର୍ଯ୍ୟକୁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ସେ ସଂପୂର୍ଣ୍ଣ ପ୍ରକଳ୍ପ ନେଇ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିପାରନ୍ତି।

ପ୍ରକଳ୍ପ ଅଞ୍ଚଳକୁ ରଙ୍ଗବେରଙ୍ଗ ଗଛରେ ସଜାଯାଇଥିବା ବେଳେ ଆଲୋକୀକରଣ କରାଯାଇଛି। ସଂପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍‌ ପଥରରେ କାମ ହୋଇଛି। ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି। ସ୍ଥାନୀୟ ଲୋକ ମଧ୍ୟ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ବୋଲି ସ୍ଥାନୀୟ ଲୋକ କହିଛନ୍ତି ।

KNews Bureau

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

6 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

15 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

18 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

52 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

53 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago