ରାଜ୍ୟ

ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ଦୁଝର(କେନ୍ୟୁଜ୍‌) : ଆଜି କେନ୍ଦୁଝର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧରଣୀଧର ମେଡିକାଲ କଲେଜର ହେବ ଲୋକାର୍ପଣ । ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି ଦିନ ୧୧ଟା ୧୫ରେ ଧରଣୀଧର ମେଡିକାଲ କଲେଜ ନିକଟ ହେଲିପ୍ୟାଡରେ ପହଞ୍ଚିବେ । ପୂର୍ବାହ୍‌ଣ ୧୧ଟା ୨୩ରେ ଧରଣୀଧର ମେଡିକାଲ କଲେଜ ଓ ହସପିଟାଲର ଲୋକାର୍ପଣ କରିବେ ।

ଏହି ମେଡିକାଲ କଲେଜରେ ପ୍ରଥମ ବର୍ଷ ୧୦୦ଟି MBBS ସିଟ୍‌ରେ ପାଠପଢା ଆରମ୍ଭ ହୋଇଛି । ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ନବୀନ ବାର୍ତ୍ତାଳାପ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଧରଣୀଧର ମେଡିକାଲ୍‌ କଲେଜ ସମ୍ମୁଖରେ ଏକ ବିଶାଳ ସଭାରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ୪ ହଜାର ୭ଶହ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହି ସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ..

Niharanjan

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

14 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

29 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

39 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

50 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago