ରାଜ୍ୟ

୧୩ରେ ବାଲେଶ୍ୱର ଇମାମୀ-କିସ୍‍ ଆବାସିକ ବିଦ୍ୟାଳୟ ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ, ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ବାଲେଶ୍ବର(କେନ୍ୟୁଜ୍):  ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍‍ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଇମାମି-କିସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଉଦ୍‍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ ରାଷ୍ଟ୍ରମନ୍ତ୍ରୀ (ସ୍ୱା) ଅଶ୍ୱିନୀ କୁମାର ପାତ୍ର, ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କନ୍ଧମାଳ ସାଂସଦ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ରେମୁଣା ବିଧାୟକ ଶ୍ରୀଯୁକ୍ତ ସୁଧାଂଶୁ ଶେଖର ପରିଡ଼ା, ଇମାମି ଗ୍ରୁପ୍‍ର ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଶ୍ରୀଯୁକ୍ତ ଆର୍‍. ଏସ୍‍. ଅଗ୍ରୱାଲ୍‍ ଏବଂ ଇମାମି ଗ୍ରୁପ୍‍ର ସହ-ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଆର. ଏସ୍‍. ଗୋଏଙ୍କା ପ୍ରମୁଖ ଯୋଗଦେବେ ।

ଏହି ବିଦ୍ୟାଳୟ ପାଇଁ ଜମି କ୍ରୟଠାରୁ ଆରମ୍ଭ କରି ଭିତ୍ତିଭୂମି ବିକାଶ, ସବୁଜ ବଳୟ ସୃଷ୍ଟି, ପାଚେରୀ ନିର୍ମାଣ, ମେକାନାଇଜ୍‍ଡ ରୋଷଶାଳା, ୨୫ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ଆସବାବପତ୍ର ଓ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ସମେତ ୧ଲକ୍ଷ୨୦ହଜାର ବର୍ଗଫୁଟ ଅଞ୍ଚଳରେ ଭିତ୍ତିଭୂମି ନିର୍ମାଣରେ ମୋଟ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏଥିରୁ ଇମାମି ଗ୍ରୁପ୍‍ ୧୪ କୋଟି ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେଇଥିବା ବେଳେ ବାକି ୩୬ କୋଟି ଟଙ୍କା କିଟ୍‍ ତରଫରୁ ଖର୍ଚ୍ଚ କରାଯାଇଛି ।

ସୂଚନାଯୋଗ୍ୟ, ବିଶ୍ୱର ଏକମାତ୍ର ବୃହତ୍ତମ ଆବାସିକ ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ହେଉଛି କିସ୍‍ । ବିଭିନ୍ନ ଜିଲ୍ଲାରେ ଗରିବ ପିଲାଙ୍କୁ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଆହୁରି ଶାଖା ଖୋଲିବାର ଯୋଜନା ରହିଛି । ଏହା ପୂର୍ବରୁ ଓଡ଼ିଶାରେ ବଲାଙ୍ଗୀର ଓ ମୟୂରଭଞ୍ଜରେ କିସ୍‍ର ଶାଖା ଖୋଲାଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‍ଘାଟିତ ହୋଇଯାଇଛି ।ବିଶିଷ୍ଟ ଶିକ୍ଷାବିତ୍‍ ଓ ସମାଜସେବୀଙ୍କ ଦ୍ୱାରା ୧୯୯୨ରେ କିସ୍‍ ପ୍ରତିଷ୍ଠା ହେବା ଦିନଠାରୁ ଦୀର୍ଘ ୩୦ ବର୍ଷ ଧରି ଶିକ୍ଷା ମାଧ୍ୟମରେ ଜନଜାତିଙ୍କ ସଶକ୍ତିକରଣ କରିଆସୁଛି କିସ୍‍ । ଇମାମି-କିସ୍‍ ଆବାସିକ ବିଦ୍ୟାଳୟରେ ସିବିଏସ୍‍ଇ ପାଠ୍ୟକ୍ରମରେ ଶିକ୍ଷାଦାନ କରାଯିବ । ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୧୨ଶହ କେବଳ ଗରିବ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରାଯିବ ।

ପାଠ ପଢ଼ା ବ୍ୟତୀତ ଏଠାରେ ଛାତ୍ରଛାତ୍ରୀଙ୍କୁ ଅନ୍ୟାନ୍ୟ କ୍ଷେତ୍ର ବିଶେଷ କରି ଉନ୍ନତ ମାନର କ୍ରୀଡ଼ା ତାଲିମ ପ୍ରଦାନ କରାଯିବ । ଏଠାରୁ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ ଭୁବନେଶ୍ୱରସ୍ଥିତ କିସ୍‍ କିମ୍ବା କିଟ୍‍ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରିପାରିବେ । ଭୁବନେଶ୍ୱର କିସ୍‍ ଭଳି ଏଠାରେ ସମ୍ପୂର୍ଣ୍ଣ ଆବାସିକ ଓ ବିନାଦେୟରେ ଗରିବ ପିଲାମାନେ ପାଠ ପଢ଼ିପାରିବେ । ସମ୍ପୂର୍ଣ୍ଣ ସବୁଜ, ଇକୋ-ଫ୍ରେଣ୍ଡଲି ଓ ଟେକ୍ନୋଲୋଜି ଉପଯୋଗରେ ଏହି କ୍ୟାମ୍ପସ ପରିଚାଳିତ ହେବ । ଏହି ବିଦ୍ୟାଳୟରେ ବାଲେଶ୍ୱର ଜିଲ୍ଲାର ୧୫୦ରୁ ଊର୍ଦ୍ଧ୍ୱ ପ୍ରାର୍ଥୀ ପ୍ରତ୍ୟକ୍ଷ ନିଯୁକ୍ତି ପାଇବା ସହ କିଛି ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ ଓ ଏହା ବାଲେଶ୍ୱରବାସୀଙ୍କ ସମ୍ପତ୍ତି ହୋଇ ରହିବ ।

KNews Bureau

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

7 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

15 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

22 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

30 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

32 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

40 mins ago