ଅପରେସନ୍ ସିନ୍ଦୁର ପରେ ଭାରତୀୟ ସେନାର ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅପରେସନ୍ ସିନ୍ଦୁର ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭାରତୀୟ ସେନାର ଉଚ୍ଚ ପ୍ରଶଂସା କରିଛନ୍ତି ।  ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଭାରତ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରି ଦୃଢ ପଦକ୍ଷେପ ଗ୍ରହଣ କରିଆସିଛି ।  ଅପରେସନ୍‌ ସିନ୍ଦୁର ହେଉଛି ଏହାର ପ୍ରକୃଷ୍ଟ ନିଦର୍ଶନ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସିନ୍ଦୁର ହେଉଛି ଆମ ପରମ୍ପରା, ତ୍ୟାଗ ଓ ସଂକଳ୍ପର ପ୍ରତୀକ ।  ଭାରତର ସୈନିକ ମାନେ ସେହି ସଂକଳ୍ପର ସମ୍ମାନ ରକ୍ଷା କରିବାକୁ ସଦା ସର୍ବଦା ପ୍ରସ୍ତୁତ ବୋଲି ପ୍ରମାଣ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ କୌଣସି ପରିସ୍ଥିତିରେ ଆତଙ୍କବାଦକୁ ବରଦାସ୍ତ କରାଯିବ ନାହିଁ।  ମୋଦୀଜୀଙ୍କ ନେତୃତ୍ୱରେ ଆତଙ୍କବାଦ ବିରୋଧରେ ଭାରତର ଦୃଢ ପଦକ୍ଷେପ ଜାରି ରହିବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାର ପ୍ରତିଶୋଧ ନେଇଛି ଭାରତ ।  ଆତଙ୍କବାଦୀଙ୍କ ବିରୋଧରେ ଭାରତୀୟ ସେନା କରିଛି ‘ଅପରେସନ ସିନ୍ଦୂର’ । ଆତଙ୍କବାଦୀଙ୍କ ଆଡ୍ଡା ଉପରେ କରିଛି ମିଜାଇଲ୍ ମାଡ଼ । ପାକ୍ ଅଧିକୃତ କାଶ୍ମୀର (PoK)ର ୯ଟି ଆତଙ୍କୀ ଶିବିର ଉପରେ ଭାରତର ଏୟାର ଷ୍ଟ୍ରାଇକ୍ ।

Also read: ଅପରେସନ ‘ସିନ୍ଦୂର’ରେ ଓଡ଼ିଆ ପୁଅ ଶଶିକାନ୍ତ, ପୁଅ ବର୍ଡରରେ ଶତ୍ରୁକୁ ନିପାତ କରୁଛି କହିଲେ ବାପା