ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା, ଜୀବନ ରକ୍ଷା ଉପରେ ଦେଲେ ଗୁରୁତ୍ୱ

ଭୁବନେଶ୍ୱର(କେନ୍ୟୁଜ୍‌) : ମୁଖ୍ୟମନ୍ତ୍ରୀ ବାତ୍ୟା ଗୁଲାବ୍‌ ର ସମୀକ୍ଷା କରିଛନ୍ତି । ସାଧାରଣ ନାଗରିକଙ୍କ ଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତଳିଆ ସ୍ଥାନ, କଚ୍ଚା ଘର ଓ ଭୂସ୍କଳନ ସଂଭାବନା ଥିବା ଅଞ୍ଚଳରୁ ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା, ଗର୍ଭବତୀ ମହିଳା, ବୟସ୍କ ଏବଂ ଶିଶୁ ମାନଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ। ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନଃରୁଦ୍ଧାର କାର୍ଯ୍ୟ ତ୍ୱରାନ୍ଵିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି । ଦିଲ୍ଲୀ ଓଡ଼ିଶା ଭବନରେ ବୈଠକରେ 5T ସଚିବ ଭି.କେ ପାଣ୍ଡିଆନ୍, ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ଯୋଗ ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.