ରାଜ୍ୟ

ରାଜ୍ୟ ସମବାୟ-ଖାଦ୍ୟ ଯୋଗାଣ ଓ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସମବାୟ ଓ ଖାଦ୍ୟ ଯୋଗାଣ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତ୍ରିସ୍ତରୀୟ ସ୍ୱଳ୍ପମିଆଦି ସମବାୟ ଋଣ ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ୧୭ ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କ ଓ ୨୭୧୦ ଗୋଟି ପ୍ରାଥମିକ କୃଷିଋଣ ସମବାୟ ସମିତି (ପାକ୍ସ) ମାନେ ଚାଷୀମାନଙ୍କୁ ସହଜ ସୁବିଧା କିମ୍ବା ବିନା ସୁଧରେ ଚାଷ ଋଣ ଯୋଗାଇ ଦେଉଛନ୍ତି । ନିର୍ବାଚନୀ ପ୍ରତିଶ୍ରୁତି ଅନୁଯାୟୀ, ବିନା ସୁଧରେ ଉପଲବ୍ଧ ଋଣର ପରିମାଣ ୫୦ ହଜାର ଟଙ୍କାରୁ ୧ଲକ୍ଷ ପର୍ଯ୍ୟନ୍ତ ସରକାର ବୃଦ୍ଧି କରିଛନ୍ତି ।

୨୦୨୨-୨୩ରେ ୭ ଲକ୍ଷରୁ ଅଧିକ ଅତିରିକ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାର ଉପକୃତ ହୋଇଛନ୍ତି । ଚାଷୀଙ୍କୁ ବିହନ ଓ ସାର ଯୋଗାଇବାରେ ପାକ୍‌ସ ଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇ ଆସୁଛନ୍ତି। ପାକ୍‌ସ ମାନଙ୍କ ଦ୍ୱାରା ସେବା ପ୍ରଦାନକୁ ଆହୁରି ଦକ୍ଷ ଓ ସ୍ୱଚ୍ଛ କରିବା ପାଇଁ ୨୨୯୫ଟି ପାକ୍ସର କୋର ବ୍ୟାଙ୍କିଂ ସଲ୍ୟୁସନ ବ୍ୟବସ୍ଥାରେ କମ୍ପ୍ୟୁଟରୀକରଣ କରାଯାଇଅଛି। କୃଷିଜାତ ଦ୍ରବ୍ୟର କ୍ରୟ ବିକ୍ରୟର ଅନଲାଇନ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ୬୬ଟି ନିୟନ୍ତ୍ରିତ ବଜାର କମିଟିକୁ ଇ-ନାମ ପ୍ଲାଟଫର୍ମରେ ସ୍ଥାନିତ କରାଯାଇଅଛି।

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅତିରିକ୍ତ ୧୦ଲକ୍ଷ ହିତାଧୀକାରୀଙ୍କୁ ସାମିଲ କରାଯାଇଛି। ସମବାୟ ବିଭାଗ ଅଧିନରେ ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ ଓ ଓଡିଶା ରାଜ୍ୟ ଓୟେରହାଉସ କର୍ପୋରେସନ ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଜାତୀୟ ସ୍ତରରେ ଅନେକ ସମ୍ମାନ ଓ ପୁରସ୍କାର ହାସଲ କରିପାରିଛି।

ସେହପରି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ମଧ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭାଗୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସ୍ୱାସ୍ଥ୍ୟ ବିଭାଗର ଉପଲବ୍‌ଧି ନେଇ ରିପୋର୍ଟ ପ୍ରଦାନ କରିଛନ୍ତି। ରାଜ୍ୟରେ ଡାକ୍ତର ଓ ବିଶେଷଜ୍ଞ ଚାହିବା ପୂରଣ କରିବାରେ ସ୍ୱାସ୍ଥ୍ୟ ବିଭାଗ ସଫଳ ହୋଇଛି। ଗତ ୬ ବର୍ଷ ମଧ୍ୟରେ ରାଜ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ପିଜି ଇନ୍‌ଷ୍ଟିଚ୍ୟୁଟ ଆରମ୍ଭ କରାଯାଇଛି।

ପ୍ରତିବର୍ଷ ଏଠାରୁ ୨ହଜାର ୨ଶହ ଏମବିବିଏସ ଡାକ୍ତର ଓ ୮୨୬ ଜଣ ବିଶେଷଜ୍ଞ ପାଉଛି ସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ ବର୍ତ୍ତମାନ ଆବଶ୍ୟକ ଡାକ୍ତର ଚାହିଦା ପୂରଣ ହୋଇପାରିଛି। ୨୦୨୩ ଡିସେମ୍ବର ସୁଦ୍ଧା ଖାଲି ପଡ଼ିଥିବା ସମସ୍ତ ଏମବିବିଏସ ଡାକ୍ତର ପଦବୀ ପୂରଣ ହେବ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୯୫ଲକ୍ଷ ୫୦ ହଜାର ପରିବାର ସାମିଲ ହୋଇଛନ୍ତି। ଏହାଦ୍ୱାରା ୩କୋଟି ୩୦ଲକ୍ଷ ଲୋକ ଉପକୃତ ହୋଇପାରୁଛନ୍ତି।

ଦେଶର ୧୭ଟି ରାଜ୍ୟର ପାଖାପାଖି ୭ଶହ ଘରୋଇ ଡାକ୍ତରଖାନାରେ ବିଏସକେୱାଇ ମାଧ୍ୟମରେ ମାଗଣାରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। ଦେଶରେ ସର୍ବାଧିକ ଶିଶୁ ମୃତ୍ୟୁହାର କମିବାରେ ରାଜ୍ୟ ସଫଳତା ଲାଭ କରିଛି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ସର୍ବାଧିକ ଟିକାକରଣ ହୋଇଥିବା ବେଳେ ମ୍ୟାଲେରିଆ ହ୍ରାସ ପାଇଛି।

Niharanjan

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

11 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

13 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

54 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago