ରାଜ୍ୟ

କେରେଡାଗଡର ବିକାଶ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା ଜିଲ୍ଲା କେରେଡାଗଡର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟର ଉନ୍ନତି ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ଓ ଉନ୍ନତିକରଣ କରାଯିବ।

ସୂଚନାଯୋଗ୍ୟ ଯେ ଗତ ୧୮ ତାରିଖ ଦିନ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ  ଭି.କେ. ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇ କେରେଡାଗଡବାସୀଙ୍କ ଏହି ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବାପରେ ଆଜି ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି’ରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।

ଏହି ପ୍ରକଳ୍ପ ୨ଟିର କାର୍ଯ୍ୟ ଯଥା ଶୀଘ୍ର ସମ୍ପନ୍ନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜନଅଭିଯୋଗର ସମାଧାନ କେରେଡାଗଡବାସୀଙ୍କ ପାଇଁ ଏକ ବିରଳ ଅନୁଭୁତି। ରାଜ୍ୟ ସରକାରଙ୍କର ଏହି ତ୍ୱରିତ ପଦକ୍ଷେପ ପାଇଁ କେରେଡାଗଡବାସୀ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇବା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି।

Barsha

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

16 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

38 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

59 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

1 hour ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago