Below header

ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏହି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏହି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁର୍ନୀତି ବିରୋଧରେ ସରକାର ଜିରୋ ଟଲେରାନ୍ସ ନୀତି ଗ୍ରହଣ କରିଛନ୍ତି ।

କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବିଦା କରିଥିବା ବେଳେ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ । ସାରା ଦେଶରେ ଓଡ଼ିଶା ଭିଜିଲାନ୍ସ ଏକ ନମ୍ବର ସ୍ଥାନରେ ଥିବାରୁ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ସବୁ ଭିଜିଲାନ୍ସ କୋର୍ଟକୁ ଡିଜିଟାଲାଇଜେସନ କରାଯାଇଛି । ଆଜିଠାରୁ ନଭେମ୍ବର ୫ ତାରିଖ ଯାଏ ଚାଲିବ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ଏହି ଅବସରରେ ଦୁର୍ନୀତି ବିରୋଧରେ ଶପଥପାଠ କରାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.