ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (କେନ୍ୟୁଜ୍) : ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ଖୋର୍ଦ୍ଧା ଗୋଶାଳା ପଡ଼ିଆରେ ହେବାକୁ ଥିବା ବିଜୁ ଯୁବ ବାହିନୀର ଆଞ୍ଚଳିକ ସମାବେଶରେ ଯୋଗଦାନ ସହ ଉଦବୋଧନ ଦେବେ। ଏହି ଅବସରରେ ୨୦୫ କୋଟି ଟଙ୍କାର ୮୪ ପ୍ରକଳ୍ପର ଉଦ୍ଘାଟନ କରିବା ସହ ୪୬୬ କୋଟି ୧୮ ଲକ୍ଷ ଟଙ୍କା ବ୍ୟୟରେ ୬୧ଟି ପ୍ରକଳ୍ପର ଶିଳାନ୍ୟାସ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.