ରାଜ୍ୟ

ଆଜି ଦିବଂଗତ ନେତା ନବ ଦାସଙ୍କ ଦ୍ୱାଦଶାହ, ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଦିବଂଗତ ନେତା ନବ ଦାସଙ୍କ ଦ୍ୱାଦଶାହ । ଏଥିପାଇଁ ଆଜି ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ । ସରବାହାଲ ହାଇସ୍କୁଲ ପଡ଼ିଆରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟମନ୍ତ୍ରୀ ପ୍ରାୟ ୨ ଘଣ୍ଟା ରହିବାର କାର୍ଯ୍ୟକ୍ରମ ରହିଛି । ନବ ଦାସଙ୍କ ପରିବାର ଲୋକଙ୍କୁ ବି ଭେଟି ସମବେଦନା ଜଣାଇବେ ମୁଖ୍ୟମନ୍ତ୍ରୀ । ଝାରସୁଗୁଡ଼ା ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧୨ଟାରେ ପହଞ୍ଚିବେ ।

ସେଠାରୁ ହେଲିକପ୍ଟର ଯୋଗେ ସରବାହାଳ ଯାଇ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ସେହିପରି ଶ୍ରଦ୍ଧାଞ୍ଜଳି ସଭାରେ ବିଜେଡିର ସାଂସଦ, ବହୁ ମନ୍ତ୍ରୀ ଓ ବିଧାୟକ ସାମିଲ ହେବେ । ବିଭିନ୍ନ ଦଳର ନେତା ବି ସାମିଲ ହୋଇ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏକାଠୀ ହେବେ ବହୁ ନବ ପ୍ରେମୀ । ନବ ଦାସଙ୍କ ପରିବାରର ଏହା ବ୍ୟକ୍ତିଗତ କାର୍ଯ୍ୟକ୍ରମ ହେଲେ ବି ଦ୍ୱାଦଶାହରେ ହଜାର ହଜାର ଲୋକଙ୍କ ଭିଡ ସମ୍ଭାବନା ରହିଛି । ତେଣୁ ସ୍ୱତନ୍ତ୍ର ଟ୍ରାଫିକ ନିୟମନ୍ତ୍ରଣ ବ୍ୟବସ୍ଥା କରିଛି ପୋଲିସ । ମୁତୟନ ରହିବେ ୨୫ ପ୍ଲାଟୁନରୁ ଅଧିକ ଫୋର୍ସ ।

Niharanjan

Recent Posts

ବିଦ୍ୟୁତ ଆଘାତରେ ଦନ୍ତା ମୃତ, ଖାଦ୍ୟ ଅନ୍ବେଷଣରେ ଗାଁକୁ ପଶି ଆସିଥିଲା

ସମ୍ବଲପୁର : ବିଦ୍ୟୁତ ଆଘାତରେ ଦନ୍ତା ମୃତ। ସମ୍ବଲପୁର ସଦର ରେଞ୍ଜ ଫରେଷ୍ଟ ଡିଭଜନ ଯୁଯୁମୁରା ରେଞ୍ଜ ବସିଆପଡା ଗାଁରେ…

21 mins ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ, ଦୁଇ ଗୁରୁତର

ନୂଆପଡ଼ା(କେନ୍ୟୁଜ): ଭୟଙ୍କର ସଡ଼କ ଦୁର୍ଘଟଣାରେ ଗଲା ୪ ଜୀବନ । ଦୁଇ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି…

58 mins ago

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

9 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

13 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

13 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

13 hours ago