Below header

ରାଜ୍ୟବାସୀଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର (କେନ୍ୟୁଜ): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ଓଡିଆ ମାନେ ନିଜ ନିଜ ଘରେ ରହି ପଣା ସଂକ୍ରାନ୍ତି କରିବା ସହିତ ଚଉରା ତୂଳସୀ ଉପରେ ପାଣି ଘଡି ବସାଇଛନ୍ତି । ତେବେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ସୁଯୋଗ ଓ ସମ୍ଭାବନା ନେଇ ଆସୁ ବୋଲି କାମନା କରିଛନ୍ତି ନବୀନ ପଟ୍ଟନାୟକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.