ଦକ୍ଷିଣ ଓଡ଼ିଶାରେ ଗୁରୁଚାପ ବଳୟ ପ୍ରଭାବରୁ ରାଜ୍ୟକୁ ବହୁଛି ବଙ୍ଗୋପସାଗରୀୟ ପବନ, ଆଜି ଏବଂ ଆସନ୍ତାକାଲି ବିଭିନ୍ନ ଜିଲ୍ଲାରେ ହାଲୁକାରୁ ସ୍ବଳ୍ପ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ଆଜି ଦକ୍ଷିଣ ଓଡ଼ିଶାରେ ଗୁରୁଚାପ ବଳୟ ରହିଥିବାରୁ ରାଜ୍ୟକୁ ବଙ୍ଗୋପସାଗରୀୟ ପବନ ବହୁଛି। ୭ ତାରିଖରେ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ବର୍ଷା ହେବା ସହିତ ଆଜି ଏବଂ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ତଥା କଟକର ଦକ୍ଷିଣ ପାର୍ଶ୍ବରେ ପାଗ ମେଘୁଆ ରହିବ। ୫ ଓ ୬ ତା‌ରିଖରେ ମେଘୁଆ ପାଗ ବଢ଼ିବ। ପୁରୀ, କଟକ, ଭୁବନେଶ୍ବର ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବ। ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ। ୭ ଓ ୮ ତାରିଖରେ ରାଜ୍ୟରେ ବର୍ଷାର ପ୍ରକୋପ ବଢ଼ିବ। ଫଳରେ ୮ ତାରିଖରୁ ପୁଣି ଶୀତ ଲେଉଟିବାର ସମ୍ଭାବନା ରହିଛି।

fogପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ନୂଆପଡ଼ା, ନୟାଗଡ଼ ଜିଲ୍ଲାରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ। ଏହି ସମୟରେ କନ୍ଧମାଳ, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗିରହିବ। ୫ ତାରିଖଠାରୁ  ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗିରହିବ। ୫ ଓ ୬ ତାରିଖରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ଓ ଘୂର୍ଣ୍ଣିଝଡ଼ ହୋଇପାରେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.