ଭୁବନେଶ୍ୱର : ରାଜ୍ୟରେ ୧୬ରୁ ବଢ଼ିବ ଥଣ୍ଡା। ଆଜି ଓ ଆସନ୍ତାକାଲି ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ୧୬ ତାରିଖରୁ ପାରଦ ଖସିବ। ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଗତକାଲି ରାତିରେ ଜି ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଛି। ରାଜ୍ୟକୁ ଉତ୍ତର ଦିଗରୁ ଥଣ୍ଡା ଓ ସ୍କୁଷ୍କ ବାୟୁ ପ୍ରବାହ ହୋଇ ନଥିବାରୁ ଥଣ୍ଡା ଆସି ନଥିଲା।