Below header

ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତର ଲହରୀ, ଆସନ୍ତା ୩ ଦିନ ଯାଏଁ ଜାଡ଼ରେ ଥରିବ ଓଡ଼ିଶା

କେନ୍ୟୁଜ୍(ବ୍ୟୁରୋ):  ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତର ଲହରି । ୧୧ ଡିଗ୍ରୀ ତଳେ ୧୧ ସହରର ତାପମାତ୍ରା । ୫ ଦଶମିକ ୫ ଡିଗ୍ରୀ ସେଲସିୟସ୍‌ ସହ ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ । ସେହିଭଳି ଝାରସୁଗୁଡ଼ାରେ ୭.୬, ବାରିପଦାରେ ୮.୫, ଅନୁଗୁଳ ଓ କୋରାପୁଟରେ ୮.୬, ଦାରିଂବାଡ଼ିରେ ୯, ଭବାନୀପାଟଣାରେ ୯.୨, ବଲାଙ୍ଗିରରେ ୯.୪, କେନ୍ଦୁଝରରେ ୯.୫, ବୈଦ୍ଧରେ ୧୦.୫ ଏବଂ ତାଳଚେରରେ ୧୦.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି ।

ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିବ ଶୀତର ଲହରୀ । ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ଶୀତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ଜିଲ୍ଲା କୋରାପୁଟ, କନ୍ଧମାଳ, ବାଲେଶ୍ୱର, କେନ୍ଦୁଝର, ବୌଦ୍ଧ, ସୋନପୁର, କଳାହାଣ୍ଡି, ନୂଆପଡ଼ା, ଢେଙ୍କାନାଳ, କଟକ ଏବଂ ଦେବଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଦ୍ୱିତୀୟ ଦିନ ପାଇଁ ୬ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲାରେ ରାତ୍ରି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ କମ୍‌ ରହିବା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.