ରାଜ୍ୟରେ ବଢୁଛି ଶୀତର ପ୍ରକୋପ: ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରେକର୍ଡ, ଆଜି ଓ ଆସନ୍ତାକାଲି ପାଇଁ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ବଢୁଛି ଶୀତର ପ୍ରକୋପ । ପାରଦ ୨ ରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା ହ୍ରାସ ପାଇବ । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରେକର୍ଡ କରାଯାଇଛି। ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ କୁହୁଡି ଦେଖାଯିବ।

ଆଜି ଓ ଆସନ୍ତାକାଲି ପାଇଁ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଝାରସୁଗୁଡ଼ା,ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ପାଇଁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ୩ ତାରିଖ ପରେ ପାଗ ପରିବର୍ତ୍ତନରେ ସମ୍ଭାବନା ରହିଛି ।

You might also like