ବାତ୍ଯା ‘ନିଭାର’ ପ୍ରଭାବରେ ରାଜ୍ୟରେ ବଢିବାରେ ଲାଗିଛି ଶୀତର ପ୍ରକୋପ, ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ଧିରେ ଧିରେ ବଢିବାରେ ଲାଗିଛି ଶୀତର ପ୍ରକୋପ । ନିଭାର ପ୍ରଭାବରେ ଥଣ୍ଡା ଆହୁରି ବଢିଯାଇଛି । ଶୀତ ସାଙ୍ଗକୁ ମେଘୁଆ ପାଗ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି ।

ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟାରେ ତାପମାତ୍ରା ଆହୁରି ୧ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ । ୯ଟି ସହରର ତାପମାତ୍ରା ୧୫ଡିଗ୍ରୀ ତଳକୁ ଖସି ଆସିଛି । ଦାରିଙ୍ଗବାଡିରେ ସର୍ବନିମ୍ନ ତାପାମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ୨୮ ତାରିଖରୁ ଶୀତ ଆହୁରି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.