Below header

ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିତ ଶୀତର ପ୍ରକୋପ, ସକାଳୁ ଲାଗିରହିବ ଘନ କୁହୁଡି

କେନ୍ୟୁଜ୍(ବ୍ୟୁରୋ):  ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବର ସମ୍ଭାବନା ରହିଛି। ସକାଳୁ ଘନ କୁହୁଡି ଲାଗିରହିବାର ପଳର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆଜି ଅପରାହ୍ନରେ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ରେ କୁହାଯାଇଛି ଯେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ, ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଏବଂ ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, ଢ଼େଙ୍ଗାନାଳ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ଅଧିକ ରହିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.