ସମ୍ବଲପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ରେଡ୍‌

ସମ୍ବଲପୁର: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି। ସମ୍ବଲପୁର ମହୁଲପାଲି କେଶବାହଲ ଯୁକ୍ତ ୨ ଜୁନିୟର କଲେଜ ଅଧ୍ୟକ୍ଷ ଜୟପ୍ରକାଶ ପଟେଲଙ୍କ ଘରେ ଭିଜିଲାନ୍ସର ଏକ ଟିମ୍‌ ଚଢାଉ କରିଛି। ରାଉରକେଲା ସ୍ଥିତ ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି। ବ୍ୟାଙ୍କ ଆକାଉଣ୍ଟ ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ରେଡ୍‌ରେ ସୁନ୍ଦରଗଡ଼, ରାଉରକେଲା, ସମ୍ବଲପୁର ଓ ଝାରସୁଗୁଡାର ୪ଟି ଟିମ୍‌ ରେଡରେ ସାମିଲ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.