କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି । ଓଡ଼ିଶାର ୩ଟି ଜିଲ୍ଲାର ୯ଟି ସ୍ଥାନରେ କମିଲା ପେଟ୍ରୋଲ ଓ ଡିଜେଲ ଦର । ମଧ୍ୟରାତ୍ରିରୁ ଲାଗୁ ହୋଇଛି ନୂଆ ଦର । ଏନେଇ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏନେଇ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସରେ ସୂଚନା ଦେଇଛନ୍ତି । ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂର ଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା ।
धनतेरस के शुभ अवसर पर तेल कंपनियों द्वारा पेट्रोल पंप डीलरों को दी गई बड़ी सौगात का हार्दिक स्वागत!
7 वर्षों से चली आ रही डिमांड हुई पूरी!
उपभोकताओं को मिलेंगी बेहतर सेवाएं पर पेट्रोल और डीज़ल के दामों में कोई बढ़ोतरी नहीं।
तेल कंपनियों द्वारा दूरदराज़ स्थानों (तेल विपणन… https://t.co/SbKtxzYZGR pic.twitter.com/oZDl7ulljF
— Hardeep Singh Puri (@HardeepSPuri) October 29, 2024
ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ଏହି ଫାଇଦା ମିଳିବ । ତେବେ କୁନନପାଲିରେ ପେଟ୍ରୋଲ ୪ ଟଙ୍କା ୬୯ ପଇସା ଓ ଡିଜେଲ୍ ୪ ଟଙ୍କା ୪୫ ପଇସା ହ୍ରାସ ହୋଇଛି। କାଲିମେଳାରେ ପେଟ୍ରୋଲ ୪ ଟଙ୍କା ୫୫ ପଇସା ଓ ଡିଜେଲ୍ ୪ଟଙ୍କା ୩୨ ପଇସା ହ୍ରାସ ପାଇଛି । ଗନ୍ଧିପାଲିରେ ପେଟ୍ରୋଲ ୪ ଟଙ୍କା ୧୯ ପଇସା ଓ ଡିଜେଲ୍ ୩ ଟଙ୍କା ୯୭ ପଇସା, ନନ୍ଦପୁରରେ ପେଟ୍ରୋଲ ୩ ଟଙ୍କା ୭୧ ପଇସା ଓ ଡିଜେଲ୍ ୩ ଟଙ୍କା ୫୨ ପଇସା ହ୍ରାସ ହୋଇଛି । ମାଳିପୁଟରେ ପେଟ୍ରୋଲ ୩ ଟଙ୍କା ୬୬ ପଇସା, ଡିଜେଲ୍ ୩ ଟଙ୍କା ୪୭ ପଇସା ହ୍ରାସ ପାଇବାକୁ ଥିବା ବେଳେ ରାମଗିରିରେ ପେଟ୍ରୋଲ ୩ ଟଙ୍କା ୬୦ ପଇସା ଓ ଡିଜେଲ୍ ୩ ଟଙ୍କା ୪୦ପଇସା, ବଡ଼ସାଗରରେ ପେଟ୍ରୋଲ ୩ ଟଙ୍କା ୫୨ ପଇସା ଓ ଡିଜେଲ୍ ୩ ଟଙ୍କା ୩୩ ପଇସା,ରାଇଘରରେ ପେଟ୍ରୋଲ ୩ ଟଙ୍କା ୪୧ ପଇସା ଓ ଡିଜେଲ୍ ୩ଟଙ୍କା ୨୨ ପଇସା ଏବଂ ଝରିଗାଁରେ ପେଟ୍ରୋଲ ୩ ଟଙ୍କା ୨୫ ପଇସା ଓ ଡିଜେଲ୍ ୩ ଟଙ୍କା ୦୮ ପଇସା ହ୍ରାସ ପାଇଛି ।