କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ

ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । ପରେ େଓ୍ଵବସାଇଟ୍‌ରେ ମାର୍କ ଉପଲବ୍ଧ ହେବ ।

ଭୁବନେଶ୍ବର(କେନ୍ୟୁଜ୍): କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । ପରେ େଓ୍ଵବସାଇଟ୍‌ରେ ମାର୍କ ଉପଲବ୍ଧ ହେବ । ପରୀକ୍ଷାର୍ଥୀ ମାନେ ORISSARESULTS.NIC.IN କିମ୍ବା CHSEODISHA.NIC.IN େଓ୍ଵବସାଇଟରୁ ଆବଶ୍ୟକୀୟ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ ।

ଯୁକ୍ତ ଦୁଇ କଳାରେ ଦୁଇ ଲକ୍ଷ ୧୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେହିପରି ଧନ୍ଦା ମୂଳକ ଶିକ୍ଷାରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଚଳିତବର୍ଷ ମାର୍ଚ୍ଚ ୧ ତାରିଖରୁ ଏପ୍ରିଲ ୫ ତାରିଖ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇସାରିଛି।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.