ଏକାସାଙ୍ଗରେ ଦୁଇଟି ଲଘୁଚାପ: ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରରେ ପହଁଚିବା ସମ୍ଭାବନା, ୧୬ ଓ ୧୭ରେ ପ୍ରବଳ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍): ଏକାସାଙ୍ଗରେ ଦୁଇଟି ଲଘୁଚାପ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆରବସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଛି । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରରେ ପହଁଚିବା ସମ୍ଭାବନା । ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ ଓଡ଼ିଶାର ବାକି ଅଞ୍ଚଳରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଲେଉଟାଣି ଜାରି ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.