ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୪୮ ଘଣ୍ଟାରେ ନେବ ଅବପାତର ରୂପ

(କେନ୍ୟୁଜ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଲଘୁଚାପ ଘନୀଭୂତ ହେଉଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଅବପାତର ରୂପ ନେବ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ । କାଲିଠାରୁ ଆରମ୍ଭ ହେବ ବର୍ଷା ।

ଏହାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି । ତେବେ ଲଘୁଚାପ ବାହ୍ୟ ବଳୟରେ ଯେଉଁ ମେଘ ସମୂହ ରହିବ ତା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାରେ ୨୧ ଓ ୨୨ ତାରିଖରେ କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ମୁଖ୍ୟତଃ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ହୋଇପାରେ । ବାକି ଓଡ଼ିଶାରେ ପାଗ ଶୁଖିଲା ରହିବ । ବର୍ଷା ଓ ଲଘୁଚାପ ଯୋଗୁ ରାଜ୍ୟକୁ ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ହେବ । ଫଳରେ ରାଜ୍ୟରେ ବଢ଼ିବ ରାତିର ତାପମାତ୍ରା ଓ ଶୀତ କମିବ । ଆଗାମୀ ୨-୩ ଦିନ ଯାଏ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତିନ ସମ୍ଭାବନା ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.