ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଯୋଗୁଁ ନୀତି ବିଭ୍ରାଟ, ଉପାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ

ଭୁବନେଶ୍ୱର : ଭୁବନେଶ୍ୱର ଦୁଇ ସେବାୟତଙ୍କ ବିବାଦରେ ବଳି ପଡ଼ିଲା ମହାପ୍ରଭୁ ଲିଙ୍ଗରାଜଙ୍କ ନିତିକାନ୍ତି। ଗତକାଲି ସନ୍ଧ୍ୟା ଧୂପ ପରଠାରୁ ସମସ୍ତ ନିତିକାନ୍ତି ବନ୍ଦ ଅଛି । ଯାହା ଦ୍ୱାରା ଖାଡା ଉପାସରେ ଅଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ ।  ଯାହାକୁ ନେଇ ଭକ୍ତଙ୍କ ମହଲରେ ଉଦବେଗ ପ୍ରକାଶ ପାଇଛି ।

ସୂଚନା ଅନୁସାରେ ଗତକାଲି ସନ୍ଧ୍ୟା ଧୂପ ପରଠାରୁ ଉପାସରେ ଅଛନ୍ତି ଲିଙ୍ଗରାଜ। ବଡୁ ଓ ପୂଜାପଣ୍ଡା ନିଯୋଗର ସେବା ବିବାଦକୁ ନେଇ ନୀତି ସମ୍ପୂର୍ଣ୍ଣ ବିଭ୍ରାଟ ହୋଇଛି । ଗତ ୫ ବର୍ଷ ହେବ ଏପରି ଅଚଳାବସ୍ଥା ଲାଗି ରହିଛି । ପ୍ରତିବର୍ଷ ଶିବ ପବିତ୍ରାରୋପଣର ଦିନକ ପୂର୍ବରୁ ନୀତି ବନ୍ଦ ହୋଇଯାଉଛି । ଏଥିରେ ରୋକ୍ ଲଗାଇବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଚେଷ୍ଟା କରାଯାଇଥିଲା । ମନ୍ଦିର କାର୍ୟ୍ୟାଳୟ ପକ୍ଷରୁ ସହକାରୀ ଦେବୋତ୍ତର କମିଶନରଙ୍କଠାରେ ଏକ ଅନ୍ତରୀଣ ଆବେଦନ କରାଯାଇଥିଲା ।  ହେଲେ ଏବେ ହଠାତ୍ ଏପରି ଅଚଳାବସ୍ଥା ଦେଖିବାକୁ ମିଳିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like