ରାଜ୍ୟ

ପୁରୀରେ ନାମାଙ୍କନ ଦାଖଲ ବେଳେ ଗଣ୍ଡଗୋଳ, ଦୁଇ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ହାତାହାତି

ପୁରୀ(କେନ୍ୟୁଜ୍‌): ଉମା- ସୁଜିତ ସମର୍ଥକ ମୁହାଁମୁହିଁ । ପୁରୀରେ ନାମାଙ୍କନ ଦାଖଲ ବେଳେ ଦୁଇ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ହାତାହାତି, ଗଣ୍ଡଗୋଳ । ନାମାଙ୍କନ ପତ୍ର ଦାଖଲ କରି ଫେରୁଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ସୁଜିତ ମହାପାତ୍ରଙ୍କ ସହ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ସମର୍ଥକ ମାନେ ଧସ୍ତାଧସ୍ତି କରିଥିବା ଅଭିଯୋଗ ହୋଇଛି । ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଗୁଣ୍ଡିଚା ମନ୍ଦିର ଠାରୁ ବିରାଟ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ଶୋଭାଯାତ୍ରାରେ ୨୦ରୁ ଅଧିକ ଶଗଡ଼ ସାମିଲ ହୋଇଥିଲା । ସେହିପରି ସହରାଞ୍ଚଳ ପାଇଁ ବହୁ ସଂଖ୍ୟାରେ ବ୍ୟାଟେରୀ ଅଟୋ ଗାଡ଼ି ମଧ୍ୟ ସାମିଲ ହୋଇଥିଲା । ନାମାଙ୍କନ ଶୋଭାଯାତ୍ରା ବଡ଼ଦାଣ୍ଡ , ଶ୍ରୀମନ୍ଦିର , ଦୋଳମଣ୍ଡପ ସାହି ଦେଇ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା ।କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ମହାପାତ୍ର ନିଜ ନାମାଙ୍କନ ପତ୍ର ଦାଖଲ ପାଇଁ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ସ୍ଵାଧୀନ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ସୁଜିତ୍ ମହାପାତ୍ରଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହାପୂର୍ବରୁ ଗତକାଲି ପୁରୀ ବସଷ୍ଟାଣ୍ଡ ନିକଟରେ ଉମାବଲ୍ଲଭଙ୍କ ଉପରେ ଆକ୍ରମଣ ହୋଇଥିଲା । ପୂର୍ବରୁ କଂଗ୍ରେସ ସୁଜିତ ମହାପାତ୍ରଙ୍କୁ ଟିକେଟ ଦେଇଥିବା ବେଳେ ଗତକାଲି ତାଙ୍କ ଠାରୁ ଟିକେଟ ପ୍ରତ୍ୟାହାର କରିନେଇଥିଲା ।

 

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago