ରାଜ୍ୟ

କଲେଜ ଛାତ୍ରୀଙ୍କୁ ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଉଦାହରଣ ଦେଲେ କଂଗ୍ରେସ ନେତା ମହମ୍ମଦ ମୋକିମ

କଲେଜ ଛାତ୍ରୀଙ୍କୁ ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଉଦାହରଣ ଦେଲେ କଂଗ୍ରେସ ନେତା ତଥା ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ। କଟକର ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ସେଅତିଥି ଭାବେ ଯୋଗ ଦେଇ ଡ. ସାମନ୍ତଙ୍କୁ ଭୁୟସୀ ପ୍ରଶଂସା କରିଥିଲେ । ତାଙ୍କ ପରି ହେବାକୁ ଲକ୍ଷ୍ୟ ରଖିବାକୁ ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ ମହମ୍ମଦ ମୋକିମ୍ । ପିଲା ବେଳୁ ନିଜ ବାପାଙ୍କୁ ହରାଇଥିବା ଡକ୍ଚର ଅଚ୍ୟୁତ ସାମନ୍ତ ନିଜ ଉଦ୍ୟମରେ କିଟ୍ ଭଳି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିଛନ୍ତି ।

ଯାହା ଦେଶରେ ପ୍ରତିଷ୍ଠିତ ବୋଲି ମୋକିମ କହିଥିବା ବେଳେ ତାଙ୍କ ଅନୁଷ୍ଠାନ କିସ ସାରା ବିଶ୍ଵରେ ପ୍ରତିଷ୍ଠା ଲାଭ କରିଛି ବୋଲି କହିଥିଲେ। କନ୍ଧମାଳ ସାଂସଦ ଥିବା ବିଜେଡି ନେତାଙ୍କର ପ୍ରଶଂସା କାହିଁକି କଲେ ବୋଲି ପ୍ରଶ୍ନରେ ମହମ୍ମଦ ମୋକିମ କହିଛନ୍ତି ଅଚ୍ୟୁତ ସାମନ୍ତଙ୍କ କଥା ସମସ୍ତ ରାଜନୀତିରୁ ଉର୍ଦ୍ଧ୍ବରେ। ଯିଏ ଆଦର୍ଶ ସେ ଯେଉଁ ଦଳରେ ଥାନ୍ତୁ ନା କାହିଁକି ତାଙ୍କୁ ପ୍ରଶଂସା କରିବା ଉଚିତ। ତେଣୁ ସରକାରୀ ଚାକିରୀ ପଛରେ ନ ପଡି ନିଜକୁ ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଭଳି ଗଢିବାକୁ ମହମ୍ମଦ ମୋକିମ ଛାତ୍ରୀମାନଙ୍କୁ ଆହ୍ୱାନ ଦେଇଥିଲେ।

Niharanjan

Recent Posts

ଜୁଆଣି ଖାଇବାର ଉପକାରିତା, ୟୁରିକ୍‌ ଏସିଡ୍‌ ଏବଂ କୋଷ୍ଠକାଠିନ୍ୟ ଭଳି ସମସ୍ୟାରୁ ମିଳିବ ମୁକ୍ତି

ଆଜିର ପରିବର୍ତ୍ତିତ ଲାଇଫ୍‌ ଷ୍ଟାଇଲ୍‌ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…

4 mins ago

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

11 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

25 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

31 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

1 hour ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago