ରାଜ୍ୟ

ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ, ଏନେଇ କଂଗ୍ରେସ ପକ୍ଷରୁ ସୂଚନା

ଭୁବନେଶ୍ୱର (କେନ୍ୟୁଜ): ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ ।  ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି ।  ଦିନ ୧୨ଟା ୧୫ରେ ରାୟବରେଲିରୁ ନାମାଙ୍କନ ଦାଖଲ ଥିବାରୁ ଆସିବା ସମ୍ଭାବନା କମ୍ ରହିଛି ।  ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି ।  ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ନାମାଙ୍କନର ଶେଷ ତାରିଖ ଥିବା ବେଳେ ରାହୁଲ ରାୟବରେଲି ଯିବେ । ସେଠାରେ ସେ ନାମାଙ୍କନ ଭରିବେ। ଏହି କାରଣରୁ ରାହୁଲ ରାୟଗଡ଼ା ଆସିବେ ନାହିଁ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ଆସିବାର କାର୍ଯ୍ୟକ୍ରମ ଥିଲା  ।  ଏହାପରେ ସେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଥାନ୍ତେ ।  ତେବେ କଂଗ୍ରେସର ଅନ୍ୟ ତୁଙ୍ଗ ନେତା ସମାବେଶରେ ଯୋଗଦେବାର ସୂଚନା ରହିଛି ।  ଗତ ୨୮ ତାରିଖରେ ସାଲେପୁରରେ ଏକ ବିଶାଳ ସମାବେଶରେ ଯୋଗ ଦେଇ ରାଜ୍ୟବାସୀଙ୍କୁ ୫ ପ୍ରତିଶ୍ରୁତି ଦେଇଥିଲେ ରାହୁଲ ।

Barsha

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

5 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

20 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

33 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

33 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago