Below header

ରାଜଗାଙ୍ଗପୁରରେ ରେଲ୍ ଓଭରବ୍ରିଜ ନିର୍ମାଣ ତ୍ବରାନ୍ବିତ ହେବ: ଲୋକଙ୍କ ଠାରୁ ସିଧା ଜମି କିଣିବେ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ନେଇଛନ୍ତି ନିଷ୍ପତ୍ତି

ଗତ ମାର୍ଚ୍ଚ ମାସ ୧୧ ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିଥିଲେ । ଏହାସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ ।

କେନ୍ୟୁଜ୍(ବ୍ୟୁରୋ):  ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରରେ ରେଲ୍ ଓଭରବ୍ରିଜ ନିର୍ମାଣ ତ୍ବରାନ୍ବିତ ହେବ । ଏଥିପାଇଁ ଜମି ଅଧିଗ୍ରହଣ କରାନଯାଇ ସିଧାସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ଜମି କିଣିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଗତ ମାର୍ଚ୍ଚ ମାସ ୧୧ ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିଥିଲେ । ଏହାସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ ।

ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ । ଏସଂପର୍କରେ 5T ସଚିବ ଭିକେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ROB ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣି ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଲ ଓଭର ବ୍ରିଜ ସୁନ୍ଦରଗଡ଼ ଜିଲ୍ଲାର ସୋନାଖାନ୍ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.