ରାଜ୍ୟ

ଜୋରସୋରରେ ଚାଲିଛି ରଥ ନିର୍ମାଣ, ୪ ଦିନ ପୂର୍ବରୁ ଉଠିଲା ଚାରି ନାହାକା

ପୁରୀ (କେ.ନ୍ୟୁଜ୍‌): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ୩୬ ଦିନରେ ପହଞ୍ଚିଛି। ଆଜି ୩ ରଥର ଚାରି ନାହାକା ଉଠିଛି। ଯୋଜନା ଅନୁଯାୟୀ, ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣମୀ ଦିନ ୩ ରଥର ଚାରି ନାହାକା ଉଠିଥାଏ। କିନ୍ତୁ ଚଳିତ ବର୍ଷ ଆଗୁଆ ଏହି କାର୍ଯ୍ୟ ସରିଛି। ୪ ଦିନ ପୂର୍ବରୁ ଚାରି ନାହାକା ଉଠିଛି। ଏହା ପରେ ରଥର ଉପରି ଭାଗ ନିର୍ମାଣ କାର୍ଯ୍ୟ ଚାଲିବ।

ଅନ୍ୟପଟେ ଆସନ୍ତା ୧୪ ତାରିଖ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ମାର୍କେଟ ଛକରୁ ବ୍ୟାରିକେଡ୍‌ ହେବ। ସେହିପରି ଶ୍ରୀନଅର ନିକଟରୁ ହେବ ଜିକଜ୍ୟାକ୍‌ ବ୍ୟାରିକେଡ୍‌। ଉଭୟ ବ୍ୟାରିକେଡ୍‌ ଓ ବଡ଼ଦାଣ୍ଡରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ। ସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ୬ଟି ପାର୍କିଂ ସ୍ଥଳ କରାଯାଇଛି। ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଲୋଚନା କରିଛନ୍ତି। ବୈଠକରେ ଜିଲ୍ଲାପାଳ ଓ ନିଯୋଗ ସମ୍ପାଦକ ଉପସ୍ଥିତ ଥିଲେ।

Also Read: ବାରବାଟୀ ଷ୍ଟାଡିୟମ୍‌ରେ ମ୍ୟାଚ୍‌ ଦେଖିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓସିଏ ପକ୍ଷରୁ କରାଯାଇଛି ନିମନ୍ତ୍ରଣ

WCW 11

Recent Posts

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଥିଲେ, ହେଲେ ଛାଡିଲେନି ଗାଁର ମହିଳା । ସିଧା ଘରକୁ ଗଲେ ଆଉ ପକାଇଲେ…

10 seconds ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

18 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

20 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

56 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago