Below header

ଜୁନ ୧୯ ଓ ୨୬ରେ ହେବ ସମବାୟ ସମିତି ନିର୍ବାଚନ, ରହିବ ନାହିଁ ଦଳୀୟ ଚିହ୍ନ: ସୂଚନା ଦେଲେ ରାଜ୍ୟ ସମବାୟ ନିର୍ବାଚନ କମିସନର

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ଜୁନ୍‌ ୧୯ ଓ ୨୬ ତାରିଖରେ ୭୦୭୬ ପ୍ରାଥମିକ ସମବାୟ ସମିତି ପାଇଁ ନିର୍ବାଚନ ହେବ। ଏଥିରୁ ୧୫ଜଣ ନିର୍ଦ୍ଦେଶକ ନିର୍ବାଚିତ ହୋଇ ୧୩୨ଟି ସେଣ୍ଟ୍ରାଲ ସମବାୟ ସମିତିକୁ ଯିବେ। ସେଥିରୁ ୧୫ଜଣ ନିର୍ଦ୍ଦେଶକ ଆପେକ୍ସ ବଡିକୁ ଯାଇ ୨୧ଜଣ ନିର୍ଦ୍ଦେଶକ ନିର୍ବାଚିତ କରିବେ । ପ୍ରାଥମିକ ସମବାୟ ସମିତି ନିର୍ବାଚନର ତିନି ମାସ ପରେ ସେଣ୍ଟ୍ରାଲ ସମବାୟ ସମିତି ନିର୍ବାଚନ ଓ ତାର ୩ ମାସ ପରେ ଆପେକ୍ସ ବଡି ନିର୍ବାଚନ ହେବ। ପ୍ରାଥମିକ, ସେଣ୍ଟ୍ରାଲ ଓ ଆପେକ୍ସକୁ ମିଶାଇ ରାଜ୍ୟରେ ସମୁଦାୟ ୭୨୨୯ ସମବାୟ ସମିତି ଅଛି।

ଯେଉଁଥିରେ ରାଜ୍ୟ ସରକାରଙ୍କ ୫ଟି ବିଭାଗ ରହିଛି। ଏଥିରେ ସମବାୟର ୪ ହଜାର ୧୫୨, ହସ୍ତତନ୍ତ ଓ ବୟନଶିଳ୍ପର ୮୦୩, ମତ୍ସ୍ୟ ସମ୍ପଦର ୧୯୧୨, MSMEର ୨୦୮ ଓ ଆୟୁଷର ଗୋଟିଏ ସମବାୟ ସମିତି ଅଛି। ଏ ଯାଏ ୩୦ ଲକ୍ଷ ୯୦ହଜାର ୧୦୫ ଚାଷୀ ଭୋଟର ଅଛନ୍ତି । କିଛି ଭୋଟର ଲିଷ୍ଟ ଅପଡେଟ ନଥିବାରୁ କଟିବ। ଆସନ୍ତା ଦୁଇ ମାସ ଭିତରେ ୩ହଜାର ୮୯୨ ନିର୍ବାଚନ ଅଧିକାରୀଙ୍କୁ ନିଯୁକ୍ତି ଦେଇ ଟ୍ରେନିଂ ଦେବେ ଜିଲ୍ଲା ସମବାୟ ନିର୍ବାଚନ ଅଧିକାରୀ।

ଏହି ନିର୍ବାଚନ ଅଧିକାରୀମାନେ ସମବାୟ ସମିତି ସ୍ତରରେ ବିଜ୍ଞପ୍ତି ପ୍ରକାଶ କରିବେ। ନୋଟିସକୁ ପ୍ରଚାର ପ୍ରସାର ପାଇଁ ବ୍ଲକ ଓ ତହସିଲ କାର୍ଯ୍ୟାଳୟରେ ଲଗାଯିବ। ସେମାନେ ନୂଆ ଭୋଟର ତଥ୍ୟ ମାଗିବାଠାରୁ ଆରମ୍ଭ କରି ନିର୍ବାଚନର ସମସ୍ତ କାର୍ଯ୍ୟ ସମ୍ପାଦନ କରିବେ । ନିର୍ବାଚନରେ ଦଳୀୟ ଚିହ୍ନ ରହିବ ନାହିଁ। ଶେଷରେ ୧୫ଦିନ ପରେ ସମବାୟ ସମିତିର ସଭାପତି ଓ ଉପସଭାପତି ପାଇଁ ନିର୍ବାଚନ ହେବ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.