ରାଜ୍ୟ

ଯାଜପୁର ବିରଜା ମନ୍ଦିରରେ କରୋନା ପ୍ରତିରୋଧ ନେଇ ଉପଜିଲ୍ଲାପାଳଙ୍କ ବୈଠକ

ଯାଜପୁର ଟାଉନ (କେ ନ୍ୟୁଜ୍‌) : କୋରୋନା ସଂକ୍ରମଣକୁ ରୋକିବା ପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ମନ୍ଦିର ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ମନ୍ଦିର ପ୍ରଶାସକ ତଥା ଯାଜପୁର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳଙ୍କ କାର୍ଯ୍ୟାଳୟ ପରିସରରେ ଏ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଭକ୍ତମାନଙ୍କ ଠାରୁ ସେବାୟତମାନେ ଦୂରତା ରକ୍ଷା କରିବା, ମା’ଙ୍କ ସେବା ସମୟରେ ମନ୍ଦିର ପରିସରରେ ସେବାୟତମାନେ ମାସ୍କ ପିନ୍ଧିବା, ରାଜ୍ୟ ବାହାରୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କ ସଂପର୍କରେ ପ୍ରଶାସନର ଦୃଷ୍ଟିକୁ ଆଣିବା ଆଦି ଉପରେ ଆଲୋଚନା ହୋଇଥିଲା ।

ଭକ୍ତମାନେ ମନ୍ଦିର ଭିତରେ ପ୍ରବେଶ କରିବା ପୂର୍ବରୁ ଯେମିତି ଭଲ ଭାବେ ପରିସ୍କାର ପରିଚ୍ଛନ୍ନ ହେବେ ସେଇତିପ୍ରତି ଦୃଷ୍ଟି ଦେବାକୁ ସେବାୟତମାନଙ୍କୁ କୁହାଯାଇଛି । ମନ୍ଦିର ଭିତରେ କୌଣସି ପ୍ରକାର ବିବାହ ଓ ବ୍ରତ ଆଦି କାର୍ଯ୍ୟ କରାଯିବ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏପରିକି ମନ୍ଦିର ପରିସରରେ ରହିଥିବା ପ୍ରସାଦ କେନ୍ଦ୍ର ମଧ୍ୟ ବନ୍ଦ ରହିବ । ମନ୍ଦିର ବାହାରେ ଥିବା ଜନସେବା କେନ୍ଦ୍ରକୁ ବନ୍ଦ କରିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago